ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ା ବିଧାୟକ ରୋଜେନ୍ଦ୍ର ଢୋଲକିଆ । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ସୂଚନା ଅନୁଯାଇ ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ଗତ କିଛି ଦିନ ଧରି ସେ ଚିକିତ୍ସିତ ହେଉଥିଲେ ।

୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଜନ୍ମ । ବାପାଙ୍କ ନାମ ରସିକଲାଲ ଢୋଲକିଆ ଓ ପତ୍ନୀଙ୍କ ନାମ କଳ୍ପନା ଢୋଲକିଆ । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନବୀନଙ୍କ ୫ମ ପାଳିରେ ମନ୍ତ୍ରିମଣ୍ଡଳରେ ନୂଆପଡାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କ୍ୟାବିନେଟରେ ସାମିଲ କରାଯାଇଥିଲା । ନୂଆପଡାରୁ ଲଗାତର ବିଧାନସଭାକୁ ପ୍ରତିନିଧିତ୍ୱ କରିଛନ୍ତି ରାଜେନ୍ଦ୍ର ।